ବାଲେଶ୍ବର ଜିଲ୍ଲାରେ ବନ୍ୟାଞ୍ଚଳ ପରିଦର୍ଶନ ପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ବନ୍ୟାସ୍ଥିତି ଉଦ୍‌ବେଗଜନକ । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ତିନିଟି ନଦୀରେ ଜଳସ୍ତର ବଢ଼ିଛି । ବାଲେଶ୍ବର ଜିଲ୍ଲାର ୬ଟି ବ୍ଲକର ୮ ହଜାର ହେକ୍ଟର ଜମି ଜଳମଗ୍ନରେ ରହିଛି। ଏଥିରେ ୩ଟି ବ୍ଲକର ୩୫ଟି ଗ୍ରାମପଞ୍ଚାୟତ ବେଶି ପ୍ରଭାବିତ ହୋଇଛି । ପାଣି ଘେରରେ ଥିବା ତଳିଆ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର ସହ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଥିବା ଗାଁରୁ ଲୋକଙ୍କୁ ଉଦ୍ଧାର କରାଯାଉଛି। ଏଥିରୁ ଉଦ୍ଧାର କାର୍ଯ୍ୟରେ ୮ ଅଗ୍ନିଶମ, ୩ ଓଡ୍ରାଫ୍‌, ୧ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ମୁତୟନ କରାଯାଇଛି ।

ମୁଖ୍ୟମନ୍ତ୍ରୀ ଆଉ ମଧ୍ୟ କହିଛନ୍ତି ତଳିଆ ଅଞ୍ଚଳରୁ ୨ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି । ସେମାନଙ୍କୁ ବନ୍ୟା ଆଶ୍ରୟସ୍ଥଳୀରେ ରଖାଯାଇ ରନ୍ଧାଖାଦ୍ୟ ଦିଆଯାଉଛି ।ସୁବର୍ଣ୍ଣରେଖା ନଦୀରେ ବନ୍ୟା ନିୟନ୍ତ୍ରଣ ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ସ୍ଥାୟୀ ପ୍ରତିକାର ପାଇଁ ରୋଡ୍‌ମ୍ୟାପ୍‌ କରିବାକୁ ଇଆଇସିଙ୍କୁ କୁହାଯାଇଛି । ଇଆଇସିଙ୍କ ରିପୋର୍ଟ ମିଳିବା ପରେ ଏନେଇ ପଦକ୍ଷେପ ନିଆଯିବ । ପୂର୍ଣ୍ଣିମା ଯୋଗୁଁ ପାଣି ଛାଡୁନି, ଆଉ ଦିନକ ପରେ ସ୍ଥିତି ସ୍ବାଭାବିକ ଆଶା

Leave a Reply

Your email address will not be published. Required fields are marked *