ଆଜି ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୁଦ୍ଧ ପରିସ୍ଥିତିର ସମୀକ୍ଷା ଏବଂ ରାଜ୍ୟର ପ୍ରସ୍ତୁତି ମୂଲ୍ୟାଙ୍କନ ପାଇଁ ଏକ ଉଚ୍ଚସ୍ତରୀୟ ବୈଠକର ଅଧ୍ୟକ୍ଷତା କରିବାକୁ ଯାଉଛନ୍ତି। ରାଜ୍ୟର ସବୁ ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା। ଲୋକସେବା ଭବନରେ ଭିସି ମାଧ୍ୟମରେ ହେବ ବୈଠକ। ଏହି ବୈଠକର ଲକ୍ଷ୍ୟ ପ୍ରଶାସନିକ ପ୍ରତିକ୍ରିୟାର ମୂଲ୍ୟାଙ୍କନ କରିବା ଏବଂ ପରିସ୍ଥିତି ପରିବର୍ତ୍ତନ ମଧ୍ୟରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ସୁନିଶ୍ଚିତ କରିବା। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ଦେଶର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ସେଥିରେ ସାମିଲ ହୋଇଥିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ମଧ୍ୟ ରାଜ୍ୟକୁ ନେଇଥିବା ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ସହ ଯୋଗାଯୋଗ କରି ଓଡ଼ିଶା ଫେରିଛନ୍ତି । ତେବେ ଦିଲ୍ଲୀରୁ ମୁଖ୍ୟମନ୍ତ୍ରୀ ଫେରିବା ପରେ ଆଜି ସନ୍ଧ୍ୟାରେ ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ରାଜ୍ୟର ପ୍ରସ୍ତୁତି ସମ୍ବନ୍ଧରେ ଏକ ବଡ ବୈଠକ ନେବାକୁ ଯାଉଛି। ଯେଉଁଥିରେ କି ବିଭିନ୍ନ ବିଭାଗର ମୁଖ୍ୟଙ୍କ ସହ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଉପସ୍ଥିତ ରହିବେ। ଜିଲ୍ଲା ଗୁଡ଼ିକର କଣ ସବୁ ସ୍ଥିତି ରହିଛି ସେ ବାବଦରେ ଅବଗତ କରିବେ । ଏହାସହ ରାଜ୍ୟରେ ମହଜୁଦ୍ ଥିବା ବିଭିନ୍ନ ସାମଗ୍ରୀ କେଉଁ ଭଳି ଭାବେ ଲୋକଙ୍କ ନିକଟକୁ ସୁରୁଖୁରୁରେ ପହଞ୍ଚି ପାରିବ। କଳାବଜାରୀ ସମସ୍ୟା ଉପୁଜିବ ନାହିଁ, ସେଦିଗରେ ବିସ୍ତୃତ ଭାବରେ ଆଲୋଚନା ହେବ। ବିଶେଷ କରି ତୈଳ ସାମଗ୍ରୀକୁ ନେଇ ଉପୁଜିଥିବା ସମସ୍ୟାକୁ କେମିତି ମୁକାବିଲା କରି ହେବ ସେଥିପାଇଁ ରୋଡ ମ୍ୟାପ ମଧ୍ୟ ପ୍ରସ୍ତୁତ କରାଯିବ। Post navigation Bomb Threats Message: ବିଭିନ୍ନ ହାଇକୋର୍ଟକୁ ଧମକପୂର୍ଣ୍ଣ ମେସେଜ୍ ଘଟଣା; ଜଣେ ଗିରଫ Naveen Condemns Nishikant Dubey’s Remarks: ବିଜୁ ବାବୁଙ୍କୁ ନେଇ ଦୁବେଙ୍କ ଅପମାନଜନକ ମନ୍ତବ୍ୟ; ଦୃଢ ନିନ୍ଦା କଲେ ନବୀନ ପଟ୍ଟନାୟକ