ରାଜ୍ୟରେ ବାତ୍ୟା ଜନିତ କ୍ଷୟକ୍ଷତିର ପ୍ରତ୍ୟକ୍ଷ ଆକଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ତାଙ୍କ ସହ ସାମିଲ ହେବେ। ଏନେଇ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ପ୍ରଥମେ ଗଞ୍ଜାମ ଜିଲ୍ଲାର ପ୍ରଭାବିତ ଅଞ୍ଚଳ ବିଶେଷ କରି ପୁରୁଷୋତ୍ତମପୁର ଏବଂ ଛତ୍ରପୁର ଗସ୍ତ କରି ବାତ୍ୟାରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ପରଖିବେ। କ୍ଷେତ୍ର ପରିଦର୍ଶନ କରିବା ପରେ ସେ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିବେ।

ଏହି ସମୀକ୍ଷା ବୈଠକରେ ବାତ୍ୟା ପରବର୍ତ୍ତୀ ରିଲିଫ୍, ପୁନରୁଦ୍ଧାର କାର୍ଯ୍ୟ ଏବଂ କ୍ଷତିଗ୍ରସ୍ତ ଲୋକଙ୍କୁ ତୁରନ୍ତ ସହାୟତା ଯୋଗାଇ ଦେବା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି।

Leave a Reply

Your email address will not be published. Required fields are marked *