ବାତ୍ୟା ‘ଅର୍ଣ୍ଣବ’ ଓ ‘ଅକଭାନ’ର ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଏବେ ଚିନ୍ତା ବଢ଼ାଇଛି। ବାତ୍ୟା ପ୍ରଭାବିତ ଗଞ୍ଜାମ ଜିଲ୍ଲାର କ୍ଷୟକ୍ଷତି ଆକଳନ ଓ ସ୍ଥିତି ସମୀକ୍ଷା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ଗଞ୍ଜାମରେ ପହଞ୍ଚିଛନ୍ତି। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ ମୁଖ୍ୟମନ୍ତ୍ରୀ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ରେ ଅବତରଣ କରିଛନ୍ତି।

ବାତ୍ୟା ଜନିତ କ୍ଷୟକ୍ଷତିର ତଦାରଖ କରିବା ସହ ଜିଲ୍ଲାର ପ୍ରଭାବିତ ଅଞ୍ଚଳଗୁଡ଼ିକର ସ୍ଥିତି ଅନୁଧ୍ୟାନ କରିବା ଏହି ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ। ରଙ୍ଗେଇଲୁଣ୍ଡାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ପୁରୁଷୋତ୍ତମପୁର ଓ ଛତ୍ରପୁର ଅଞ୍ଚଳ ଗସ୍ତ କରି ସ୍ଥିତି ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ କିଭଳି ଚାଲିଛି ଏବଂ ପ୍ରଭାବିତ ଲୋକଙ୍କୁ ତୁରନ୍ତ ସହାୟତା ଯୋଗାଇ ଦେବା ଦିଗରେ ପ୍ରଶାସନ ପକ୍ଷରୁ କି ପଦକ୍ଷେପ ନିଆଯାଇଛି, ସେନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ।

Leave a Reply

Your email address will not be published. Required fields are marked *