ଝାରସୁଗୁଡା ଜିଲ୍ଲା ଲଖନପୁର ର ଶରଧା ରେ ମହାନଦୀ ରେ ଏକ ନୌକା ଦୁର୍ଘଟଣରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ  ୪ ଲକ୍ଷଷ୍ୟ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ଏହାସହିତ ଉଦ୍ଧାର କରାଯାଇଥିବା ସମସ୍ତ ବ୍ୟକ୍ତି ଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନ କୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଘଟଣା ସ୍ଥଳରେ RDC ଝାରସୁଗୁଡା ଜିଲ୍ଲା ପାଳ ଓ sp ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି।ଉଦ୍ଧାର କାର୍ଯ୍ୟ ରେ ସମନ୍ୱୟ ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବ ଓ SRC ଙ୍କୁ ନିର୍ଦେଶ ଦେଇଛନ୍ତି।

ନିଖୋଜ ମାନଙ୍କୁ ଉଦ୍ଧାର କରିବାପାଇଁ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦେଶ ରେ ୫ ଜଣ scuba diver ଓ ୨ ଟି search କ୍ୟାମେରା ବିମାନ ଯୋଗେ ଝାରସୁଗୁଡା ପଠାଯାଉଛି।

 

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *