ଦେବଗଡ଼ ଜିଲ୍ଲାକୁ ୨୦୫ କୋଟିର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ସେଠାରେ ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ୧୧ ସ୍ବାସ୍ଥ୍ୟ ପ୍ରକଳ୍ପ, ୪ ଶିକ୍ଷା ଭିତ୍ତିଭୂମି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଜିଲ୍ଲା ମୁଖ୍ୟାଳୟରେ ୩ ଶହ ଶଯ୍ୟା ବିଶିଷ୍ଟ ମେଡିକାଲ୍‌ ଉଦ୍‌ଘାଟିତ ।

ଏହା ସହ କେନ୍ଦୁପତ୍ର ତୋଳାଳି ଓ ବନ୍ଧାଳୀଙ୍କ ପାଇଁ ୪୧ କୋଟି ୧୭ ଲକ୍ଷର ସହାୟତା ରାଶି ଘୋଷଣା କରାଯାଇଛି। ଏଥିରେ କେନ୍ଦୁପତ୍ର ତୋଳାଳୀଙ୍କୁ ଚପଲ ପାଇଁ ୧୬୦ ଟଙ୍କା, କେରି ସଂଗ୍ରହ କପଡା ପାଇଁ ୨୦୦ ଟଙ୍କା, ତୋଳାଳୀ ଓ ସିଜନାଲ ଷ୍ଟାଫଙ୍କ ଟୋପି ପାଇଁ ୧୦୦ ଟଙ୍କା, ବନ୍ଧାଳି ମାନଙ୍କ ପାଇଁ ମଶାରୀ ଓ କମ୍ବଳ ପାଇଁ ଜଣଙ୍କ ପିଛା ୭୦୦ ଟଙ୍କା ପ୍ରଦାନ କରାଯିବ । ଏହାଦ୍ୱାରା ରାଜ୍ୟର ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳି ଓ ସିଜନାଲ ଷ୍ଟାଫ ଉପକୃତ ହେବେ।

Leave a Reply

Your email address will not be published. Required fields are marked *