ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦୁଝର ଜିଲ୍ଲା ପାଟଣା ରାଜନଗରରେ ପୂଜାର୍ଚ୍ଚନା ପରେ ପତ୍ନୀଙ୍କ ସହ ମକର ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ। ବୈତରଣୀ ନଦୀର ଶୈବ୍ୟା କାବେରୀ ଘାଟରେ ବୁଡ଼ ପକାଇଥିଲେ। ଏଥିପାଇଁ ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିିଲା ।

ଦୁଇଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ । ପ୍ରଥମ ଦିନ ମାନେ ମଙ୍ଗଳବାର ଦିନ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ବୁଧବାର ଦିନ ପବିତ୍ର ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମକର ବୁଡ଼ ପକାଇଛନ୍ତି ।

ଏହାପୂର୍ବରୁ ଆଜି ସୋସିଆଲ ମିଡିଆ ‘ଏକ୍ସ’ରେ ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।  ଓଡ଼ିଶାର ଏହି ମହାନ ପରମ୍ପରା ଆମ ସାମାଜିକ ଏକତା ଓ ସଂହତିକୁ ଆହୁରି ସୁଦୃଢ଼ କରୁ ବୋଲି ସେ କହିଛନ୍ତି। ମହାପ୍ରଭୁଙ୍କ ଆଶୀର୍ବାଦରୁ ରାଜ୍ୟର ପ୍ରଗତିର ଧାରା ଅବ୍ୟାହତ ରହୁ ଏବଂ ପ୍ରତ୍ୟେକ ପରିବାରରେ ହସଖୁସି ଭରିଯାଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନା ଯୋଗ୍ୟ; ଆଜି ରାଜ୍ୟ ସାରା ଲୋକମାନେ ମକର ସଂକ୍ରାନ୍ତି ପାଳନ କରିବା ସହିତ ଓଡିଶାରେ ଉତ୍ସବର ଉତ୍ସାହ ଦେଖିବାକୁ ମିଳିଥିଲା। ଏହି ଅବସରରେ ଭକ୍ତମାନେ ‘ମକର ଚାଉଳ’ ପ୍ରସ୍ତୁତ କରି ନିଜ ଘରେ ଦେବତାମାନଙ୍କୁ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *