ଆଜି ଦ୍ଵିତୀୟ ଦିନରେ ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । ଆଜି ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ବାଲେଶ୍ଵର ଓ ମୟୁରଭଞ୍ଜ ଜିଲ୍ଲା ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏପରିକି ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଲୀଖଟିରେ ମଧ୍ୟ ସ୍ଥିତି ଅନୁଧ୍ୟାନ କରିବେ । ତାଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଏସଆରସି ଏବଂ ପୁଲିସ ଡିଜି ଓ୍ମାଇ ବି ଖୁରାନିଆ ପ୍ରମୁଖ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି। ସୂଚନା ଯୋଗ୍ୟ; ରବିବାର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ। ଆକାଶ ମାର୍ଗରୁ ପରିଦର୍ଶନ ପରେ ନଭେମ୍ବର ୨ ତାରିଖ ସୁଦ୍ଧା କ୍ଷୟକ୍ଷତିର ଆକଳନ କରି ଯଥାଶୀଘ୍ର ସହାୟତା ପ୍ରଦାନ କରିବାକୁ ବିଭିନ୍ନ ବିଭାଗକୁ ନିର୍ଦେଶ ଦେଇଥିଲେ। Post navigation ଗ୍ୟାସ ସିଲିଣ୍ଡର୍ ଫାଟି ଜଳିଗଲା ୧୦ ବଖରା ଘର; ଅଳ୍ପକେ ବର୍ତ୍ତିଲେ ୪ ପରିବାର ଆସନ୍ତାବର୍ଷ ହେବ ଜନଗଣନା