ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ମାଲକାନଗିରି ଜିଲ୍ଲା ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ଜିଲାରେ ବର୍ଷା ପରବର୍ତ୍ତୀ ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ। ହେଲିକପ୍ଟର ଯୋଗେ ମାଲକାନଗିରିରେ ପହଞ୍ଚିବେ ବୋଲି ସୂଚନା ରହିଛି। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଉପସ୍ଥିତ ରହିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମାଲକାନଗିରିରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ମଧ୍ୟ ହୋଇଛି। ଅନେକ ଅଂଚଳକୁ ଏବେ ବି ଯୋଗାଯୋଗ ବିଛିନ୍ନ ରହିଛି । ଏବେ ସ୍ଥିତି ସାମାନ୍ୟ ସୁଧୁରିଥିଲେ ମଧ୍ୟ ସମ୍ପୂର୍ଣ୍ଣ ବିପଦ ଟଳିନି । ପୂର୍ବରୁ ମାଲକାନଗିରିରେ ପରିସ୍ଥିତି ମୁକାବିଲା ପାଇଁ ଦୁଇ ଜଣ ବରିଷ୍ଠ ଅଧିକାରୀଙ୍କୁ ଦାୟିତ୍ଵ ଦେଇଥିଲେ।

Leave a Reply

Your email address will not be published. Required fields are marked *