ଓଡ଼ିଶା ବିଧାନସଭାରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ସମୟରେ ସନ୍ଧ୍ୟା ୫ଟାରୁ ୭ଟା ୮ମିନିଟ୍‌ ଯାଏଁ ୨ ଘଣ୍ଟା ୮ ମିନିଟ୍‌ ଧରି ବଜେଟ ପଢି ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛନ୍ତି । ସେ ଗୋଟିଏ ସ୍ଥାନରେ ଛିଡ଼ା ହୋଇ ନିରବଚ୍ଛିନ୍ନ ଭାବେ ବଜେଟ ପଢ଼ିଛନ୍ତି। ପୂର୍ବରୁ କୌଣସି ଅର୍ଥମନ୍ତ୍ରୀ ଏତିକି ସମୟ ପର୍ଯ୍ୟନ୍ତ ବଜେଟ୍‌ ପଢ଼ି ନଥିଲେ।

ଏହି ଅବସରରେ ସରକାରର ପ୍ରଥମ ବଜେଟ ଉପସ୍ଥାପନ କରିବା ତାଙ୍କ ପାଇଁ ଆନନ୍ଦ ଓ ଗୌରବର ବିଷୟ ବୋଲି ସେ କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ତାଙ୍କ ସରକାର ସମାଜର ୪ ବର୍ଗ ଗରିବ, ମହିଳା, କୃଷକ ଓ ଯୁବପିଢିଙ୍କ ବିକାଶ ଉପରେ ଗୁରୁତ୍ବ ଦେଉଛନ୍ତି ।

 

Leave a Reply

Your email address will not be published. Required fields are marked *