ଆଗାମୀ ଫେବୃଆରୀ ୧୦ ତାରିଖ (ସୋମବାର) ଦିନ ଭୁବନେଶ୍ୱର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ।
 
ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ପ୍ରକାଶ ପାଇଛି ।
ଗତ ଫେବୃଆରି ୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣିର ଅଷ୍ଟମ ଅଧିବେଶନରେ ମାଝୀ ବଲାଙ୍ଗୀର ଜିଲ୍ଲାର ଜଣେ ୧୨ ବର୍ଷୀୟ ବାଳକର ତୁରନ୍ତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଥିଲେ ଏବଂ ବିରଳ ରୋଗରେ ପୀଡ଼ିତ ବୌଦ୍ଧ ଜିଲ୍ଲାର ୭ ବର୍ଷର ନାବାଳିକା ପ୍ରତ୍ୟୁଷା ଗିରିଙ୍କ ଚିକିତ୍ସା ପାଇଁ ୫ ଲକ୍ଷ ଟଙ୍କା ମଞ୍ଜୁର କରିଥିଲେ ।

By Nirvay

Leave a Reply

Your email address will not be published. Required fields are marked *