ଆସନ୍ତାକାଲି ବିଧାନସଭା ଘେରିବ କଂଗ୍ରେସ । ଏହାକୁ ଦୃଷ୍ଟିରେ ରଖି ରାଜଧାନୀରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବ୍ୟାପକ ସଂଖ୍ୟାରେ ସୁରକ୍ଷାକର୍ମୀ ମୁତୟନ ହୋଇଛନ୍ତି । ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ପୋଲିସ କମିଶନର । ବିଧାନସଭା ଓ ଏହାର ଆଖପାଖ ଅଞ୍ଚଳରେ ଟ୍ରାଫିକ ସମସ୍ୟା ଦେଖାଯିବାର ଆଶଙ୍କା ରହିଛି । ରାଜମହଲ ଛକରୁ ରୁପାଲି ଛକ ପର୍ଯ୍ୟନ୍ତ ଟ୍ରାଫିକ ସମସ୍ୟା ଦେଖାଦେଇପାରେ ।

ତେଣୁ ସକାଳ ୯ଟାରୁ ଦିନ ୩ଟା ପର୍ଯ୍ୟନ୍ତ ଟ୍ରାଫିକ ସମସ୍ୟା ଦେଖାଯିବାର ଆଶଙ୍କା ରହିଛି । ଏଣୁ ଅନ୍ୟ ରାସ୍ତାରେ ଯିବାକୁ ପୋଲିସ ତରଫରୁ ଅନୁରୋଧ କରିଛି କମିଶନରେଟ୍ ପୋଲିସ ।ନିରାପଦ ଓ ବାଧାମୁକ୍ତ ଯାତ୍ରା ପାଇଁ ପୋଲିସକୁ ସହଯୋଗ କରିବାକୁ କମିଶନରେଟ ପୋଲିସ ପକ୍ଷରୁ ଅନୁରୋଧ ।

Leave a Reply

Your email address will not be published. Required fields are marked *