କଟକ : କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ସୁପ୍ରିମ କୋର୍ଟରୁ ଆଶ୍ବସ୍ତି। ତାଙ୍କ ବିଧାନସଭା ନିର୍ବାଚନକୁ ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ମୋକିମ। ଓଡିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରହିତାଦେଶ କଲେ। ସୁପ୍ରିମକୋର୍ଟଙ୍କ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ କେ ଭି ବିଶ୍ୱନାଥନଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରି ମୋକିମଙ୍କ ଆବେଦନକୁ ବିଚାର ପାଇଁ ଗ୍ରହଣ କରିଛନ୍ତି।

ଏହା ସହ ପ୍ରତିପକ୍ଷ ଦେବାଶିଷ ସାମନ୍ତରାୟଙ୍କୁ ନୋଟିସ ଜାରି କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ।

ନିର୍ବାଚନ ସତ୍ୟପାଠ ଅନିୟମିତତା ମାମଲାରେ ମୋକିମଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିଥିଲେ ହାଇକୋର୍ଟ । ମୋକିମଙ୍କ ପକ୍ଷରୁ ମାମଲା ପରିଚାଳନା କରିଥିଲେ ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ ମୂରଲୀଧର ଓ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ। ୨୦୧୯ ବାରବାଟୀ-କଟକ ନିର୍ବାଚନରେ ଅପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନଥିବାରୁ ହୋଇଥିବା ମାମଲାରେ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ ହାଇକୋର୍ଟ। ନିର୍ବାଚନ ଆୟୋଗଙ୍କ ପ୍ରଦତ୍ତ ଫର୍ମାଟରେ ପ୍ରାର୍ଥିପତ୍ର ଦାଖଲ କରିଥିବାରୁ ମାର୍ଚ୍ଚ ୪ତାରିଖରେ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *