ରାଜଭବନ ଆଗରେ ଯୁବ ଓ ଛାତ୍ର କଂଗ୍ରେସର ବିକ୍ଷୋଭ । ରାଜ୍ୟପାଳଙ୍କ ପୁଅ ASO ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିଥିବା ଅଭିଯୋଗରେ ରାଜଭବନ ଆଗରେ କଂଗ୍ରେସର ବିକ୍ଷୋଭ । ରାଜ୍ୟପାଳଙ୍କ ଇସ୍ତଫା ସହ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ।

ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆସିଛି । ରାଜଭବନ କର୍ମଚାରୀ ଡ୍ୟୁଟିରେ ଥିବା ସମୟରେ ତାଙ୍କୁ ମାଡ଼ ମାରିବା ସହ ଗାଳି ଗୁଳଜ କରିଥିବା ଅଭିଯୋଗ ସାମ୍ନାକୁ ଆସିଛି । ଏନେଇ ରାଜ୍ୟପାଳ ଓ ରାଜ୍ୟପାଳଙ୍କ ସଚିବଙ୍କ ପାଖରେ ଲିଖିତ ଭାବେ ଜଣାଇଥିଲେ ପୀଡିତ ଏଏସଓ ବୈକୁଣ୍ଠନାଥ ପ୍ରଧାନ । ହେଲେ ତାଙ୍କ ଗୁହାରି କେହି ଶୁଣି ନଥିଲେ । ଏବେ ପୁରୀ ସମୁଦ୍ରକୂଳ ଥାନା ପୋଲିସ ମାମଲା ରୁଜୁ କରିବା ସହ NHRCରେ ପହଞ୍ଚିଛି ମାମଲା ।

Leave a Reply

Your email address will not be published. Required fields are marked *