ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ସମର୍ଥିତ ପ୍ରାର୍ଥୀ ଡଃ ଦତ୍ତ୍ୱେଶ୍ୱର ହୋତାଙ୍କୁ ଭୋଟ ନଦେଇ ବିଜେପି ସମର୍ଥିତ ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କୁ କଂଗ୍ରେସ ଦାଶରଥି ଗମାଙ୍ଗ ଓ ସୋଫିଆ ଫିର୍ଦ୍ଦୋସ କ୍ରସ ଭୋଟ ଦେଇଥିଲେ । ଯାହା ଦଳୀୟ ଶୃଙ୍ଖଳାର ଘୋର ଅବମାନନା ସହ ସାମ୍ବିଧାନିକ ନିୟମର ଖୋଲାଖୋଲି ଉଲଂଘନ ବୋଲି କଂଗ୍ରେସ ଦଳ ଅଭିଯୋଗ କରିଛି । ସାମ୍ବିଧାନିକ ନିୟମର ଉଲଂଘନ ନେଇ ଉପରୋକ୍ତ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ କଂଗ୍ରେସ ଦଳ ପକ୍ଷରୁ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ କଂଗ୍ରେସ ବିଧାୟକ ଦଳ ଉପନେତା ଅଶୋକ ଦାସ, ଚିଫ ହୁଇପ ଏସ ରାଜନ ଏକ୍କା, ବିଧାୟକ ସାଗର ଦାସ, ବିଧାୟକ ପବିତ୍ର ସାଉଁତା, ବିଧାୟକ ମଙ୍ଗୁ ଖିଲଙ୍କୁ ନେଇ ଏକ ପ୍ରତିନିଧି ଦଳ ବିଧାନସଭା ବାଚସ୍ପତି ସୁରମା ପାଢ଼ୀଙ୍କୁ ସାକ୍ଷାତ କରି ସାମ୍ବିଧାନିକ ନିୟମ ଅନୁଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସଭ୍ୟପଦ ରଦ୍ଦ କରିବା ପାଇଁ ଆବେଦନ ପ୍ରଦାନ କରିଛନ୍ତି । ରାଜ୍ୟସଭା ନିର୍ବାଚନ ପାଇଁ ଓଡ଼ିଶା ବିଧାନସଭାରେ କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ସୋଫିଆ ଫିର୍ଦ୍ଦୋସ ଓ ରମେଶ ଜେନା କ୍ରସ୍ ଭୋଟିଂ କରିଥିଲେ । ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ଦଳ ଗତକାଲି ବାଚସ୍ପତିଙ୍କୁ ଲେଖିଥିବା ଚିଠିରେ ରମେଶ ଜେନାଙ୍କୁ ସାମିଲ କରିଥିଲେ ମଧ୍ୟ ଆଜି ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ସୁପାରିଶ କରିନାହିଁ । Post navigation Rajya Sabha Election: ତିନି ମାସ ପର୍ଯ୍ୟନ୍ତ ରାଜ୍ୟସଭା ଲଢ଼ିବା ନେଇ ହୋଇଥିଲା ପ୍ଲାନ୍: ଦିଲ୍ଲୀପ ରାୟ Matric Answer Sheet Evaluation: ଆଜିଠୁ ମାଟ୍ରିକ ଖାତା ଦେଖା ଆରମ୍ଭ