ଚଳତବର୍ଷ ନିର୍ବାଚନ ପାଇଁ ଆଜି ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଯାଇଛି। ପ୍ରଥମେ ବାଲଟ ଓ ଏହା ପରେ ଇଭିଏମ୍‌ ଗଣନା ହେବ। ତେବେ ପ୍ରଥମ ପର୍ଯ୍ୟାୟରେ ପୋଷ୍ଟାଲ ବାଲାଟ୍ ଗଣତି ଆରମ୍ଭ ହେଇଛି । ୧ ଲକ୍ଷ ୪୬ ହଜାର ପୋଷ୍ଟାଲ ବାଲାଟ୍ ଗଣତି ଆରମ୍ଭ ହେଇଛି । ପ୍ରତି ଟେବୁଲରେ ୫୦୦ ପୋଷ୍ଟାଲ ବାଲାଟ୍ ଗଣତି ହେଉଛି । ପୋଷ୍ଟାଲ ବାଲାଟ୍ ଗଣତି ଶେଷ ହେବା ପରେ ଇଭିଏମ୍ ଗଣତି ଆରମ୍ଭ ହେବ । ଗଣତି କେନ୍ଦ୍ରରେ ଏବେ ବିଭିନ୍ନ ପ୍ରାର୍ଥୀଙ୍କ ଏଜେଣ୍ଟ ପ୍ରସ୍ତୁତ ହେଇ ରହିଛନ୍ତି ।

ରାଜ୍ୟରେ ମୋଟ ୭୦ଟି ଗଣତି କେନ୍ଦ୍ର କରାଯାଇଛି । ସେଥିରୁ ୬୯ଟିରେ ଇଭିଏମ୍‌ ଏବଂ ଗୋଟିଏ କେନ୍ଦ୍ରରେ ପୋଷ୍ଟାଲ ବାଲଟ ଗଣନା କରଯାଇଛି।

୬୦ଟି ହଲ୍‌ରେ ଉଭୟ ଲୋକ ସଭା ଓ ବିଧାନସଭା ନିର୍ବାଚନମଣ୍ଡଳୀର ଅଲଗା ଅଲଗା ଟେବୁଲରେ ଗଣନା ହଉଛି। ମାତ୍ର ୮୭ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଉଭୟ ବିଧାନସଭା ଓ ଲୋକ ସଭା ପାଇଁ ଅଲଗା ଅଲଗା କାଉଣ୍ଟିଂ ସେଣ୍ଟର କରାଯାଇଛି। ଭାରତର ନିର୍ବାଚନ କମିଶନ ଭୋଟ ଗଣନା ତଦାରଖ କରିବାକୁ ୧୨୪ ଜଣ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି।

୧୩୯ ବିଧାନସଭା କ୍ଷେତ୍ରରେ ୩୦ ରାଉଣ୍ଡ ଗଣନା ହେବ। ତେବେ ୮ଟି ବିଧାନସଭା ନିର୍ବାଚନମଣ୍ଡଳୀ ଯଥା ରାଇରଙ୍ଗପୁର, ବିଷମକଟକ, ସାରସକଣା, ଆଳି, ଚିତ୍ରକୁଣ୍ଡା, ପାଟକୁରା, ମୋହନା ଓ ଲୋଇସିଙ୍ଗା ବିଧାନସଭା ନିର୍ବାଚନମଣ୍ଡଳୀରେ ଗଣନା ପାଇଁ ସମୟ ଲାଗିବାକୁ ଥିବାରୁ ସେଠାରେ ୩୦ରୁ ଅଧିକ ରାଉଣ୍ଡ ଗଣନା ହେବ ବୋଲି ସିଇଓ ସୂଚନା ଦେଇଛନ୍ତି। ଚଳିତ ନିର୍ବାଚନରେ ୧ ଲକ୍ଷ ୪୭ ହଜାର ପୋଷ୍ଟାଲ ବାଲଟ ମିଳିଛି। ପ୍ରତି କାଉଣ୍ଟିଂ ସେଣ୍ଟରରେ ଜଣେ ଲେଖାଏ ଏଆରଓ ରହିବେ। ଏଥିସହିତ ତାଙ୍କୁ ସହାୟତା କରିବାକୁ ଅତିରିକ୍ତ ଏଆରଓ ରହିବେ। ସଂସଦୀୟ କ୍ଷେତ୍ର ପାଇଁ ୫୧୭ ଏବଂ ବିଧାନସଭା ପାଇଁ ୭୧୨ ଜଣ ଏଆରଓ ନିୟୋଜିତ ହୋଇଛନ୍ତି। ୨୦ଟି ସଂସଦୀୟ କ୍ଷେତ୍ର ପାଇଁ ଜିଲାପାଳ ତଥା ରିଟର୍ନିଂ ଅଫିସର ରହିବେ। ଭୋଟ ଗଣନା ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ୬୯ଟି ଷ୍ଟ୍ରଙ୍ଗରୁମ୍‌ରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

୧ ଲକ୍ଷ ୪୬ ହଜାର ପୋଷ୍ଟାଲ ବାଲାଟ୍ ଗଣତି ଆରମ୍ଭ ହେଇଛି । ପ୍ରତି ଟେବୁଲରେ ୫୦୦ ପୋଷ୍ଟାଲ ବାଲାଟ୍ ଗଣତି ହେଉଛି । ପୋଷ୍ଟାଲ ବାଲାଟ୍ ଗଣତି ଶେଷ ହେବା ପରେ ଇଭିଏମ୍ ଗଣତି ଆରମ୍ଭ ହେବ । ଗଣତି କେନ୍ଦ୍ରରେ ଏବେ ବିଭିନ୍ନ ପ୍ରାର୍ଥୀଙ୍କ ଏଜେଣ୍ଟ ପ୍ରସ୍ତୁତ ହେଇ ରହିଛନ୍ତି , ରାଜ୍ୟରେ ମୋଟ ୭୦ଟି ଗଣତି କେନ୍ଦ୍ର କରାଯାଇଛି । ଆଉ ନିର୍ବାଚନ ରେଜଲ୍ଟ ଉପରେ ରହିଛି ସମସ୍ତଙ୍କର ନଜର । ଆଜି ଲୋକସଭାର ୫୪୩ ଏବଂ ଓଡିଶା ବିଧାନସଭାର ୧୪୭ ଆସନରେ ରେଜଲ୍ଟ ଆସିବାକୁ ଯାଉଛି । କେନ୍ଦ୍ରରେ ବିଜେପି ପୁଣିଥରେ ସରକାର ଗଢିବାକୁ ଲକ୍ଷ୍ୟ ରଖିଥିବା ବେଳେ, ରାଜ୍ୟରେ ମଧ୍ୟ ଶାସକ ବିଜେଡି ଶାସନ କ୍ଷମତା ଅକ୍ତିଆର କରିବାକୁ ଲକ୍ଷ୍ୟ ରଖିଛି । ହେଲେ କେନ୍ଦ୍ରରେ ବିଜେପିକୁ କଂଗ୍ରେସ ଜୋରଦାର ଟକ୍କର ଦେଉଥିବାବେଳେ, ରାଜ୍ୟରେ ବିଜେଡିକୁ ଟକ୍କର ଦେଉଛି ବିଜେପି ।

Leave a Reply

Your email address will not be published. Required fields are marked *