ଭୁବନେଶ୍ୱର: ଦେଶରେ ଉପରମୁହାଁ ହେଉଛି କରୋନା । ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ ମାମଲା । ଏଥି ମଧ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୪ ରେ ପହଞ୍ଚିଛି । ସେଥିମଧ୍ୟରୁ ୨୩ ଆକ୍ଟିଭ କେସ ରହିଛି । ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ ।

ଏଣେ ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, କୋଭିଡ ଟେଷ୍ଟିଙ୍ଗ ବଢ଼ିଛି । ସମସ୍ତେ ହୋମ ଆଇସୋଲେସନରେ ଅଛନ୍ତି, ମେଡିକାଲରେ କେହି ନାହାଁନ୍ତି । ତେଣୁ ଆତଙ୍କିତ ହେବାର ନାହିଁ । ଆଗକୁ ବଢ଼ିବା ନେଇ ସ୍ଥିତି ଅନୁଧ୍ୟାନ କରାଯାଉଛି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *