ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। ବିଜୁଳି ଘଡ଼ଘଡ଼ି ସହିତ ୩୦ରୁ ୪୦ କିମି ବେଗରେ ପବନ ବହିବାର ଅନୁମାନ କରାଯାଉଛି। ଏଥିସହ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ମଧ୍ୟ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି।

୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ୨୬ରେ ମୟୂରଭଞ୍ଜ, କେନ୍ଦୁଝର, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ଓ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୭ରେ ଗଞ୍ଜାମ, ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ରେ ପ୍ରବଳ ବର୍ଷାର ଆଶଙ୍କା ରହିଛି।

By Nirvay

Leave a Reply

Your email address will not be published. Required fields are marked *