ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହେଲା।ଯାହାର ନାଁ ରଖାଯାଇଛି ଡିଟୱା। ତାମିଲନାଡ଼ୁର ଚେନ୍ନାଇ ଉପକୂଳରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ଆକଳନ କରାଯାଇଛି। ଏହି ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପ୍ରଭାବ ପକାଇବ ନାହିଁ।

ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ଟା ସମୟରେ ଅବପାତ ଘନୀଭୂତ ହୋଇ ବାତ୍ୟାର ରୂପ ନେଇଛି । ଏହା ଶ୍ରୀଲଙ୍କା ଉପକୂଳରେ ସମାନ୍ତରାଳଭାବେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ତେବେ ବାତ୍ୟାର ସମ୍ଭାବ୍ୟ ଗତିପଥ ମଧ୍ୟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ ବା IMD । ଏବେ ବଙ୍ଗୋସାଗରରେ କେବଳ ବାତ୍ୟା ସୃଷ୍ଟି ହୋଇଛି । ପରବର୍ତ୍ତୀ ସମୟରେ ଏହା କେତେ ବିପଦ ଏବଂ କେଉଁଠି ଲ୍ୟାଣ୍ଡଫଲ କରିବ ସେ ନେଇ ସ୍ପଷ୍ଟ ଜଣାପଡିବ ।

ଶ୍ରୀଲଙ୍କା ସଂଲଗ୍ନ ଦକ୍ଷିଣ ବଙ୍ଗୋପସାଗରରେ ସକ୍ରିୟ ଥିବା ସୁଦୃଶ ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଥିବା ବେଳେ ପରବର୍ତ୍ତୀ ୧୨ରୁ୧୮ ଘଣ୍ଟା ମଧ୍ୟରେ ବାତ୍ୟାରେ ପରିଣତ ହେବା ନେଇ ଆକଳନ କରିଥିଲା ପାଣିପାଗ ବିଭାଗ । ଆଉ ତାହା ହିଁ ହୋଇଛି ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଏହା ତାମିଲନାଡ଼ୁ ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ସ୍ଥଳଭାଗ ଛୁଇଁବା ପରେ ଦିଗ ପରିବର୍ତ୍ତନ କରିବାର ସମ୍ଭାବନା ରହିଛି। ଏହି ସମୟରେ ତାମିଲନାଡ଼ୁ ଏବଂ ଦକ୍ଷିଣ ଆନ୍ଧ୍ର ଉପକୂଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ପ୍ରାୟ ୬୦ରୁ ୭୦ କିଲୋମିଟର ଘଣ୍ଟା ପ୍ରତି ରହିବ ।

ଅନ୍ୟପଟେ ଏହା ପ୍ରଭାବରେ ଆଗାମୀ ୪୮ ଘଣ୍ଟାରେ ଓଡ଼ିଶାରେ ପଦଳିବ ପାଗ । ବର୍ତ୍ତମାନ ରାଜ୍ୟରେ ପାଣିପାଗ ମୁଖ୍ୟତଃ ଶୁଖିଲା ରହିଥିବା ବେଳେ ବଢିବ ଶୀତ । ୨ ରୁ ୩ ଡିଗ୍ରୀ ଖସିବ ରାତିର ତାପମାତ୍ରା । ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହୋଇପାରେ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

Leave a Reply

Your email address will not be published. Required fields are marked *