ସ୍ଥଳଭାଗ ଆଡକୁ ମାଡି ଆସୁଛି ବାତ୍ୟା ‘ମୋନ୍ଥା’ । ଏହାର ପ୍ରଭାବରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୯୦ରୁ ୧୦୦କିମି ବେଗରେ ପବନ ବହିବ । ଝଟକା ପବନର ବେଗ ରହିବ ଘଣ୍ଟାପ୍ରତି ୧୧୦ କିମି । ଏ ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି।

ସେ କହିଛନ୍ତି, ମୋନ୍ଥା ଗତ ୬ ଘଣ୍ଟାରେ ୧୫ କିଲୋମିଟର ପ୍ରତିଘଣ୍ଟା ବେଗରେ ଗତି କରୁଛି। ସନ୍ଧ୍ୟାରେ ଆନ୍ଧ୍ରରେ ଏହା ସ୍ଥଳଭାଗ ଛୁଇଁବ। ଆଜି ସନ୍ଧ୍ୟା ୫ଟା ୩୦ ବେଳକୁ ଏହା ଅଧିକ କେନ୍ଦ୍ରୀଭୂତ ହୋଇ ସ୍ଥଳଭାଗ ଛୁଇଁବ। ବାତ୍ୟା ପ୍ରଭାବରେ ଏବେ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି। ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗରହିଛି।

ଅନ୍ୟପଟେ ଆଜି ବର୍ଷା ପାଇଁ ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ପୁରୀ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗିର, କଳାହାଣ୍ଡି, ନୂ୍ଆପଡ଼ା, ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ୨୯ ତାରିଖ ପାଇଁ କଳାହାଣ୍ଡି, ରାୟଗଡା, କୋରାପୁଟ, ନବରଙ୍ଗପୁର, ମାଲକାନଗିରି କୁ ରେଡ ଆଲର୍ଟ ଜାରି କରିଛି ଆଇଏମଡି। ଏଥିସହ ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗିର ଓ ନୂଆପଡ଼ା କୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *