ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ ଆଗାମୀ ସମ୍ଭାବ୍ୟ ବାତ୍ୟା ଜନିତ ବର୍ଷାକୁ ଦୃଷ୍ଟିରେ ରଖି ଏକ ବୈଠକରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସ୍ଥିତି ସମୀକ୍ଷା କରିଛନ୍ତି । ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ବିଭାଗୀୟ ଅଧିକାରୀଙ୍କ ସହ ଜିଲ୍ଲାପାଳମାନେ ଭିସିରେ ଉପସ୍ଥିତ ଥିଲେ । ସମ୍ଭାବ୍ୟ ବାତ୍ୟା ଯୋଗୁଁ ପ୍ରାୟ ୧୫ ଟି ଜିଲ୍ଲା ପ୍ରଭାବିତ ହେବାର ଆଶଙ୍କା ରହିଛି, ବିଶେଷକରି ଦକ୍ଷିଣାଞ୍ଚଳ ଓ ଉପକୂଳ ଜିଲ୍ଲାରେ ପ୍ରଭାବ ପଡ଼ିପାରେ । ଯଦି ବି ବାତ୍ୟା ଦିଗ ପରିବର୍ତ୍ତନ କରେ ତାହେଲେ ବି ରାଜ୍ୟ ସରକାର ବାତ୍ୟାର ମୁକାବିଲା କରିବାକୁ ପ୍ରସ୍ତୁତ ଅଛି ବୋଲି ପୂଜାରୀ କହିଛନ୍ତି । ସମସ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରୁ ଫେରି ଆସିବାକୁ କୁହାଯାଇଛି । ଭୂସ୍ଖଳନ ପ୍ରବଣ ଅଞ୍ଚଳରେ ସତର୍କତାମୂଳକ ପଦକ୍ଷେପ ନେବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି । ଜଳସମ୍ପଦ, ପଞ୍ଚାୟତିରାଜ, କୃଷି ଓ ଶକ୍ତି ବିଭାଗକୁ ସଜାଗ ରହିବାକୁ ରାଜ୍ୟ ସରକାର ତରଫରୁ ନିର୍ଦ୍ଦେଶ ଦିଆଯାଇଛି । ଯଦି କେହି ପାଣିରେ ରୁହନ୍ତି, ରନ୍ଧା ଖାଦ୍ୟ ଯୋଗାଇ ଦୈଆଯିବ ବୋଲି ରାଜସ୍ୱ ମନ୍ତ୍ରୀ କହିଛନ୍ତି । Post navigation Cyclone Montha Alert: ଅବପାତରେ ପରିଣତ ହେଲା ଲଘୁଚାପ Cyclone Montha: ସମ୍ଭାବ୍ୟ ବାତ୍ୟା ପାଇଁ ଜରୁରୀକାଳୀନ ଦାୟିତ୍ୱରେ ଥିବା ଅଧିକାରୀଙ୍କ ଛୁଟି ବାତିଲ