ମହାପ୍ରଭୁଙ୍କ ନୀତିରେ ପୁଣି ମହାବିଭ୍ରାଟ । ଶ୍ରୀମନ୍ଦିର ପରିସରରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ରାଜବୈଦ୍ୟ ପ୍ରଦାନ କରିଥିବା ଦଶମୂଳ ମୋଦକ ଲାଗି ହେବା ପୂର୍ବରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ୭୦ଟି ମୋଦକ ଚୋରି ହୋଇଯାଇଥିବା ଅଭିଯୋଗ ହୋଇଛି । ତେବେ ମାରା ହୋଇଥିବା ମୋଦକକୁ କିଭଳି ମହାପ୍ରଭୁଙ୍କୁ ଭୋଗ ସମର୍ପିତ କରାଗଲା, ଏହି ଅପରାଧ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶ୍ରୀମନ୍ଦୀର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖିଛନ୍ତି ହଳଧର ଦାସ ମହାପାତ୍ର । ସେ ଲେଖିଛନ୍ତି ଅନବସର ଏକାଦଶୀ ଦିନ ମହାପ୍ରଭୁଙ୍କ ସର୍ବାଙ୍ଗ ପରେ ଦଶମୂଳ ମୋଦକ ସେବାରେ କବିରାଜ ସେବକ ଭକ୍ତମାନେ ନିମ୍ନଲିଖିତ ମୋଦକମାନ ଆଣି ଶ୍ରୀମନ୍ଦତିର ଗାରଦ କାର୍ଯ୍ୟାଳୟରେ କମାଣ୍ଡରଙ୍କ ତତ୍ତ୍ୱାବଧାନରେ ଜମା ଦେଇ ଥାଆନ୍ତି ଓ ଦେଇ ଅଛନ୍ତି । କିନ୍ତୁ ଦୁଃଖର ବିଷୟ ମହାପ୍ରଭୁଙ୍କ ଭୋଗ ନିମନ୍ତେ ମୋଦକ ମଣତି ନେଇ ନେବା ସମୟରେ ମୂର୍ତ୍ତି ୩୧୩ ଅମୁଣିଆ ମୋଦକରୁ ମୃତି ୭୦ କମ୍ ଥିଲା । ଏହା କିପରି ହେଲା । ଏହି ମାରା ହୋଇଥିବା ମୋଦକ ମହାପ୍ରଭୁଙ୍କୁ ମୁର୍ତି ମୂଳ କିପରି କରାଗଲା । ସୂଚନା ଯୋଗ୍ୟ, ସ୍ନାନ ପୂର୍ଣ୍ଣିମାରେ ମହାସ୍ନାନ ପରେ ଜ୍ବରରେ ପଡ଼ିଛନ୍ତି ମହାପ୍ରଭୁ । ସୁସ୍ଥ ହେବା ପାଇଁ ପାରମ୍ପରିକ ପଦ୍ଧତିରେ ଚାଲିଛି ଚିକିତ୍ସା । ଫୁଲୁରି ତେଲ ଲାଗି ପରେ ରାଜବୈଦ୍ୟ ଦଶମୂଳ ମୋଦକ ଗାରଦରେ ଦାଖଲ କରିବାର ପରମ୍ପରା ଥାଏ । ତେବେ ଅଣବସର ଏକାଦଶୀରେ ଅର୍ଥାତ ଗତ ୨୧ ତାରିଖ ରାତିରେ ମହାପ୍ରଭୁଙ୍କ ସର୍ବାଙ୍ଗ ପରେ ଦଶମୂଳ ମୋଦକ ଲାଗି ହେବାର ବିଧି ଥିବାବେଳେ ୭୦ ଟି କମ୍ ଥିବା ଦେଖିବାକୁ ମିଳିଥିଲା। ତେବେ ମାରା ହୋଇଯାଇଥିବା ମୋଦକକୁ କିଭଳି ମହାପ୍ରଭୁଙ୍କୁ ଭୋଗ ସମର୍ପିତ କରାଗଲା, ଏହି ଅପରାଧ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି କଲେ ବଳଭଦ୍ରଙ୍କ ବାଡଗ୍ରାହୀ ହଳଧର ଦାସ ମହାପାତ୍ର । Post navigation ବଜ୍ରାଘାତରେ ଭାଙ୍ଗିଲା ଯୋରନ୍ଦା ମହିମା ଗାଦିର ଦଧିନଉତି ମାଙ୍ଗାନିଜ ଚୋରା ଚାଲାଣ ଘଟଣା; କୋଇଡ଼ା ଖଣି ମଣ୍ଡଳରେ ଭିଜିଲାନ୍ସ ଟିମ୍