ନୂଆପଡ଼ା ଜିଲ୍ଲା ସୀମାନ୍ତରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ଆଉ ୨ ମାଓବାଦୀଙ୍କ ମୃତଦେହ ମିଳିଛି ।

ମିଳିଥିବା ସୂଚନା ଅନୁଯାୟୀ ଜଣେ ପୁରୁଷ ଓ ଜଣେ ମହିଳା ମାଓବାଦୀଙ୍କ ମୃତଦେହ ମିଳିଛି । ଏହା ସହିତ ଏନ୍‌କାଉଣ୍ଟରରେ ମୃତ୍ୟୁବରଣ କରିଥିବା ମାଓବାଦୀଙ୍କ ମୃତ୍ୟୁସଂଖ୍ୟା ୧୬କୁ ବୃଦ୍ଧି ହୋଇଛି ।

ନୂଆପଡ଼ା ଜିଲ୍ଲା ସୀମାଠାରୁ ମାତ୍ର ୫ କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ନେଇ ଗୁଇନ୍ଦା ବିଭାଗରୁ ମିଳିଥିବା ସୂଚନା ଆଧାରରେ ଓଡ଼ିଶା ପୁଲିସର ଏସଓଜି, ଛତିଶଗଡ଼ ପୁଲିସ ଓ ସିଆରପିଏଫ୍ ଯବାନ ମିଳିତ ଭାବେ ଅପରେସନ୍ କରିଥିଲେ ।

By Nirvay

Leave a Reply

Your email address will not be published. Required fields are marked *