ୱାକଫ ବିଲ୍ ଭୋଟିଂକୁ ନେଇ ବିଜୁ ଜନତା ଦଳରେ ଉଠିଥିବା ଝଡ ପ୍ରଶମିତ ହେବା ବଦଳରେ ଆହୁରି ଜଟିଳ ହେବାରେ ଲାଗିଛି । ଏହାରି ମଧ୍ୟରେ ଦଳର ପରାଜୟର କାରଣ କହିଛନ୍ତି ବରିଷ୍ଠ ନେତା ଦେବାଶିଷ ସାମନ୍ତରାୟ । ବିଜେଡିର ପରାଜୟ ନେଇ ସୋସିଆଲ୍ ମିଡିଆରେ ଦେବାଶିଷଙ୍କ ପ୍ରତିକ୍ରିୟା ଏବେ ସାମ୍ନାକୁ ଆସିଛି । ସେ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରି ଲେଖିଛନ୍ତି ଯେ, ‘ଓଡ଼ିଆ ଅସ୍ମିତା’ ପାଇଁ ବିଜେଡି ହାରିଲା। ଆମେ ଜଗନ୍ନାଥ ପ୍ରଦେଶର ଲୋକ, ଅସ୍ମିତା ରକ୍ଷା ଆମର ମୂଳ ଲକ୍ଷ୍ୟ । ଏହା ସହ ବିଜେଡିରେ ଯୋଗଦେଇ ପଦ ପାଇଥିବା କିଛି ନୂତନ ନେତାଙ୍କୁ କଟାକ୍ଷ କରି କହିଛନ୍ତି ନିକଟରେ ଯେଉଁମାନେ ବିଜୁ ଜନତା ଦଳରେ ଯୋଗ ଦେଇ କିଛି ପଦ ପଦବୀ ପାଇଛନ୍ତି, ସେମାନେ ନା ଏ ଦଳର ଇତିହାସ ଜାଣିଛନ୍ତି ନା ନବୀନ ବାବୁଙ୍କ ନା ବିଜୁ ବାବୁଙ୍କ ଆଦର୍ଶ ଜାଣିଛନ୍ତି। ଦଳ ପ୍ରତିଷ୍ଠା ହେବା ଦିନରୁ ଲକ୍ଷ ଲକ୍ଷ କର୍ମୀ ଓ ବରିଷ୍ଠ ନେତା ଅଜସ୍ର ସଂଗ୍ରାମ ଓ ସଂଘର୍ଷ କରି ଏକ ଆଞ୍ଚଳିକ ଦଳକୁ ଜାତୀୟସ୍ତରରେ ପହଞ୍ଚେଇ ପାରିଥିଲେ। ମାତ୍ର ଏବେର କିଛି ନେତା ଓ ନେତ୍ରୀମାନେ ନବୀନ ବାବୁଙ୍କ ଆଦର୍ଶ, ଧର୍ମନିରପେକ୍ଷତା ଓ ଓଡ଼ିଶାପ୍ରତି ପ୍ରତିବଦ୍ଧତା ସହ ଅପରିଚିତ। ସେମାନେ ଆଉ କାହା ଈଶାରାରେ ପରିଚାଳିତ। ସ୍ବାଭିମାନ ନଥିବା ସ୍ବାର୍ଥବାଦୀଙ୍କ ସମ୍ପର୍କରେ ଏତିକି କୁହାଯାଇପାରେ । ନା ସେମାନେ ଦଳର ନା ଓଡ଼ିଶାର, ନା ନବୀନ ପଟ୍ଟନାୟକଙ୍କର । Post navigation ୱକଫ୍ ବିଲ୍ ଭୋଟିଂ ମାମଲା; ହୋଟେଲରେ ବରିଷ୍ଠ ଓ ଯୁବ ବିଜେଡି ନେତାଙ୍କ ମେଳି ଆଇଏଏସ୍ ମନୋଜ କୁମାର ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର