ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ । ଏହି ଅବପାତ ୨୦କି.ମି ବେଗରେ ଉତ୍ତର ଦିଗକୁ ଗତିକରି ଆହୁରି ଘନୀଭୂତ ହୋଇଛି । ଦୀଘା ଠାରୁ ୧୧୦ କି.ମି ପୂର୍ବ ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି ଅବପାତ । ଏହା କ୍ରମଶଃ ଉତ୍ତର ଦିଗରେ ଗତି କରି ଅପରାହ୍ନରେ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହି ଅବପାତ ସାଗର ଦୀପ ଓ ଖେପୁପାରା ମଧ୍ୟରେ ଅତିକ୍ରମ କରିବା ସମ୍ଭାବନା ରହିଛି । ଅନ୍ୟପଟେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଓଡ଼ିଶାରେ ପାଣିପାଗକୁ ପ୍ରଭାବିତ କରୁଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ପାରାଦୀପରୁ ୧୨୦କିମି ଦୂରରେ ଅଛି ଅବପାତ। ଘନୀଭୂତ ହେଇ ଗଭୀର ଅବପାତରେ ପରିଣତ ହେବ। ଏନେଇ ୪ ଜିଲାକୁ ଅରେଞ୍ଜ ଓ ୨୬ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଗାମୀ ୩ ଦିନପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବିଜୁଳି ଘଡ଼ଘଡ଼ି ସହ ଝଟ୍କା ପବନ ୪୦ରୁ ୫୦କିଲୋମିଟର ବେଗରେ ବହିବା ସମ୍ଭାବନା ରହିଛି । Post navigation ବିକଶିତ କୃଷି ସଂକଳ୍ପ ଅଭିଯାନର ଶୁଭାରମ୍ଭ; ଯୋଗଦେଲେ କେନ୍ଦ୍ର କୃଷିମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୀତଳ ଷଷ୍ଠୀ ପାଇଁ ୫୦ ଲକ୍ଷ ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ