ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ବଢ଼ିଲା ସୁରକ୍ଷା ବ୍ୟବସ୍ଥା ।ରେଖା ଗୁପ୍ତାଙ୍କୁ Z କ୍ୟାଟାଗୋରୀ ସୁରକ୍ଷା ପ୍ରଦାନ କଲେ କେନ୍ଦ୍ର ସରକାର । ଆକ୍ରମଣ ଘଟଣା ପରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇଲା ଗୃହ ମନ୍ତ୍ରାଳୟ । ରେଖା ଗୁପ୍ତାଙ୍କ ସୁରକ୍ଷା ଦାୟିତ୍ବରେ ରହିବେ CRPF ଯବାନ । କାଲି ଜନଶୁଣାଣି ବେଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଉପରେ ଆକ୍ରମଣ ହୋଇଥିଲା । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଉପରେ ଆକ୍ରମଣର ଅଭିଯୁକ୍ତ ରାଜୋଶ ଖିମଜୀଙ୍କୁ ପୋଲିସ ପାଞ୍ଚ ଦିନିଆ ରିମାଣ୍ଡରେ ନେଇଛି। ସୂଚନା ଯୋଗ୍ୟ; ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଅଭିଯୁକ୍ତ କିଛି କାଗଜପତ୍ର ଧରି ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣିରେ ପହଞ୍ଚିଥିଲେ। ଏହି ସମୟରେ ସେ ହଠାତ୍ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲେ। ଅଭିଯୁକ୍ତ ମୁଖ୍ୟମନ୍ତ୍ରୀଙ୍କୁ ଚାପୁଡ଼ା ମାରିବାକୁ ଚେଷ୍ଟା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବଳୟ ଭାଙ୍ଗି ଏହି ଘଟଣା ଘଟିଛି । ସିସିଟିଭିକୁ ଯାଞ୍ଚ କରୁଛି ପୋଲିସ । ଘଟଣାର ତଦନ୍ତ ଚାଲିଛି ଏବଂ ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଆକ୍ରମଣର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ, ପୋଲିସ ଅଭିଯୁକ୍ତକୁ ପଚରାଉଚରା କରୁଛି। Post navigation ନବୀନଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ଖଡ୍ଗେ ରାଜ୍ୟରେ ନିର୍ମାଣ ହେବ ୮ଶହ ବାତ୍ୟା ଆଶ୍ରୟସ୍ଥଳୀ: ରାଜସ୍ବ ମନ୍ତ୍ରୀ