ରାଜ୍ୟରେ ଡରାଇଲାଣି ଡେଙ୍ଗୁ ଆତଙ୍କ। ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ତତ୍ପରତା ଦେଖାଇଛି ସ୍ୱାସ୍ଥ୍ୟ ବିଭାଗ । ଗତ ୫ ବର୍ଷରେ ରାଜ୍ୟର ଯେଉଁ ଅଞ୍ଚଳ ଡେଙ୍ଗୁର ହ୍ଵାଟ୍ସପଟ ରହିଆସିଛି, ସେସବୁ ଅଞ୍ଚଳକୁ ମ୍ୟାପିଂ କରିବା ସହ ସେଠାରେ ସର୍ବେକ୍ଷଣ ଆରମ୍ଭ ଲାଗି ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି।

ମୌସୁମୀ ଓ ପରବର୍ତ୍ତୀ ସମୟରେ ଡେଙ୍ଗୁ ଓ ମ୍ୟାଲେରିଆ ସଂକ୍ରମଣ ବଢୁଥିବାରୁ ଆଗୁଆ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଆବଶ୍ୟକ ସଂଖ୍ୟକ ଫ୍ରଣ୍ଟଲାଇନ ୱାର୍କର, ଡାଏଗ୍ନୋଷ୍ଟିକ କିଟ୍, ଔଷଧ ମହଜୁଦ ରଖିବା ପାଇଁ କୁହାଯାଇଛି । ଜିଲ୍ଲା ଓ ମହାନଗର ନିଗମସ୍ତରରେ ସବୁ ଅଂଶୀଦାରମାନଙ୍କୁ ନେଇ ବୈଠକ କରି ଯୁଗ୍ମ ଆକ୍ସନ ପ୍ଲାନ ସମୀକ୍ଷା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ।

Leave a Reply

Your email address will not be published. Required fields are marked *