ରାଜ୍ୟରେ କଲବଲ କରୁଛି ଘନ କୁହୁଡି। ଭୋର ସମୟରେ ଘନ କୁହୁଡିରେ ଆଚ୍ଛାଦିତ ହେଉଛି ବିଭିନ୍ନ ଅଞ୍ଚଳ। ଭୁବନେଶ୍ୱର ସମେତ ଅନେକ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଛି। ୫୦ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ ଦୂରତା ଶୂନ ରହିଥିଲା । ରାସ୍ତାଘାଟ ଦିଶୁନଥିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଥିଲା ।

କୁହୁଡ଼ିକୁ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଏକ ବଡ଼ ସୂଚନା ଜାରି କରାଯାଇଛି। ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ ବୋଲି ପକ୍ଷରୁ ପୁର୍ବାନୁମାନ କରିଛି ପାଣିପାଗ ବିଭାଗ। ଏନେଇ ୧୭ଟି ଜିଲାକୁ ସତର୍କ ସୂଚନା ଦିଆଯାଇଛି।

ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର, ନୟାଗଡ଼, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଳାହାଣ୍ଡି, କୋରାପୁଟ, କନ୍ଧମାଳ, ରାୟଗଡ଼ା, ଅନୁଗୋଳ, ଢେଙ୍କାନାଳ ଜିଲାରେ ୨ ଦିନ କୁହୁଡ଼ି ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅବଗତ କରାଯାଇଛି। ଏପରିକି ସତର୍କତାର ସହ ଗାଡି ଚଳାଚଳ କରିବାକୁ କୁହାଯାଇଛି।

Leave a Reply

Your email address will not be published. Required fields are marked *