ରାଜ୍ୟରେ ଲାଗିରହିଛି ଘନ କୁହୁଡି । ଘନ କୁହୁଡି ଯୋଗୁ ଜନଜୀବନ ଅସ୍ତବ୍ୟବସ୍ତ । ଯାତାୟତରେ ଅସୁବିଧା ଭୋଗୁଛନ୍ତି ଯାତ୍ରୀ। ଆଜି ପାଇଁ ୧୪ ଜିଲ୍ଲାକୁ ୱାର୍ଣ୍ଣିଂ । କେନ୍ଦ୍ରାପଡ଼ା, ଯାଜପୁର, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଏଭଳି ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି କାଲି ପାଇଁ ୧୧ ଜିଲ୍ଲାକୁ ଆଲର୍ଟ କରିଛି ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲାରେ ୫୦ ମିଟରରୁ କମ୍ ରହିବ ଭିଜିବିଲିଟି । କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି। ଘନ କୁହୁଡି ସମୟରେ ସଂପୃକ୍ତ ଜିଲ୍ଲାର ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଚଳ ବନ୍ଦ ରଖିବା ପାଇଁ ପରାମର୍ଶ ଦିଆଯାଇଛି । ବର୍ତ୍ତମାନ ରାଜ୍ୟକୁ ପ୍ରଚୁର ପରିମାଣରର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ କୁହୁଡି ମାତ୍ରା ବୃଦ୍ଧି ପାଉଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। କିନ୍ତୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। କିଛି ଜିଲ୍ଲାରେ ଦିନର ତାପମାତ୍ରା ସାମାନ୍ୟ ବୃଦ୍ଧି ହେବା ନେଇ ଆକଳନ କରାଯାଇଛି। Post navigation ରବୀନ୍ଦ୍ରମଣ୍ଡପରେ ଦେଶାତ୍ମବୋଧକ ସଂଗୀତ କାର୍ଯ୍ୟକ୍ରମ “ଭାରତୀୟମ୍” ଆୟୋଜିତ ଆସନ୍ତାକାଲି ଠାରୁ ଆରମ୍ଭ ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ