Depression Likely in 6 Hours, Cyclonic Storm Over BoB in 24 Hours

ବଙ୍ଗୋପସାଗରରେ ପୁଣି ଏକ ବାତ୍ୟା ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି। ଆଗାମୀ ୬ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବାକୁ ଥିବାବେଳେ, ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହି ସୂଚନା ଦେଇଛନ୍ତି ।

ତାଙ୍କ ସୂଚନା ଅନୁଯାୟୀ, ବାତ୍ୟା ସୃଷ୍ଟି ହେବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଆସନ୍ତା ୨ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଆନ୍ଧ୍ରପ୍ରଦେଶ ଉପକୂଳ ନିକଟବର୍ତ୍ତୀ ହେବାର ସମ୍ଭାବନା ରହିଛି ।

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆନ୍ଧ୍ର ଉପକୂଳ ନିକଟରେ ଏହାର ଅବସ୍ଥିତି ରହିବା ନେଇ ପୂର୍ବାନୁମାନ କରାଯାଇଛି। ବାତ୍ୟାର ଗତିପଥ ଓ ତୀବ୍ରତା ସମ୍ପର୍କରେ ପରବର୍ତ୍ତୀ ପାଣିପାଗ ସୂଚନା ଉପରେ ନଜର ରହିଛି ।

By Nirvay

Leave a Reply

Your email address will not be published. Required fields are marked *