ଆସୁଛି ବାତ୍ୟା। ୨୪ ତାରିଖରେ କରିପାରେ ଲାଣ୍ଡଫଲ୍।ବଙ୍ଗୋପସାଗରରେ ବାତ୍ୟା ନେଇ ସ୍ପଷ୍ଟ କଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇ କହିଛନ୍ତି, ଆସନ୍ତା ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହେବ ସାଇକ୍ଲୋନ । ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଆସନ୍ତା ୨୩ ତାରିଖ ସୁଦ୍ଧା ବାତ୍ୟାର ରୂପ ନେବ। ୨୪ ସକାଳ ସୁଦ୍ଧା ଏହା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ।

ଉପକୂଳ ଛୁଇଁବା ସମୟରେ ସମୁଦ୍ରରେ ପବନର ବେଗ ୧୦୦ରୁ ୧୨୦ କିମି ରହିବ । ବର୍ତ୍ତମାନ ସୁଦ୍ଧା ସୁପର ସାଇକ୍ଲୋନ ସମ୍ଭାବନା ନାହିଁ । ତେବେ ଅତିଭୀଷଣ ବାତ୍ୟା ପର୍ଯ୍ୟନ୍ତ ଏହାର ପ୍ରକୋପ ରହିପାରେ ।  ୨୪ ଓ ୨୫ ତାରିଖ ଗୁରୁତ୍ୱପୂର୍ଣ୍ଣ ରହିବ । ସେହି ସମୟରେ ସାମୁଦ୍ରିକ ଜୁଆର ଆସିପାରେ ।

ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଆଉ ମଧ୍ୟ କହିଛନ୍ତି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୩ ତାରିଖରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ । ୨୪ ଓ ୨୫ ତାରିଖରେ ଅଧିକ ବର୍ଷା ହେବ । ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଅଧିକ ବର୍ଷିବ।କିଛି ସ୍ଥାନରେ ୨୦ରୁ ୩୦ ସେମି ପର୍ଯ୍ୟନ୍ତ ବର୍ଷା ହେବାକୁ ଥିବା ବେଳେ ଆଉ କିଛି ସ୍ଥାନରେ ୩୦ ସେମିରୁ ଅଧିକ ବର୍ଷା ହେବ ।

Leave a Reply

Your email address will not be published. Required fields are marked *