ଗଭୀର ଅବପାତ ବଙ୍ଗୋପସାଗରରେ ନେଲା ବାତ୍ୟାର ରୂପ । ଘଣ୍ଟାପ୍ରତି ୧୮ କିମି ବେଗରେ ଆଗକୁ ବଢୁଛି ‘ଦାନା’ ।ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୮ କିମି ବେଗରେ ଗତି କରୁଛି ।ପାରାଦୀପଠୁ ୫୬୦ ଓ ସାଗରଦ୍ବୀପରୁ ୬୩୦ କିମି ଦୂରରେ ରହିଛି । ୨୪ ରାତି କିମ୍ବା ୨୫ ସକାଳେ ଉପକୂଳ ଅତିକ୍ରମ କରିବ। ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ।

ଭୀଷଣ ରୂପ ନେଇ ଓଡ଼ିଶା ଉପକୂଳ ଭିତରକନିକାରୁ ଧାମରା ମଧ୍ୟରେ ଛୁଇଁବ ସ୍ଥଳଭାଗ। ୨୪ରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ। ଘଣ୍ଟାକୁ ୩ କିମି ବେଗରେ ଏହା ଗତି କରୁଛି। ୨୪ ରାତି କିମ୍ବା ୨୫ ସକାଳେ ଉପକୂଳ ଅତିକ୍ରମ କରିବ।

ବାତ୍ୟା ପ୍ରଭାବରେ କାଲି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା।ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ଜଗତସିଂହପୁର, କଟକ ପାଇଁ ରେଡ୍‌ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।

ଅନ୍ୟପଟେ ‘ଦାନା’ର ପ୍ରଭାବ ପ୍ରାୟ ୧୪ଟି ଜିଲ୍ଲା ଉପରେ ଅଧିକ ପଡ଼ିବ ବୋଲି ଆକଳନ କରାଯାଇଛି। ଏହାକୁ ନଜରରେ ରଖି ୯ଟି ଜିଲ୍ଲାରେ ବାତ୍ୟା ପରିଚାଳନା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଉଥିବା ପଦକ୍ଷେପଗୁଡ଼ିକର ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତକାଲି ୯ଜଣ ମନ୍ତ୍ରୀଙ୍କୁ ଦାୟିତ୍ବ ଦେଇଛନ୍ତି।

Leave a Reply

Your email address will not be published. Required fields are marked *