ସୁଭଦ୍ରା ଯୋଜନା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେବା ସହ ବିରୋଧୀ ଦଳକୁ କାଉଣ୍ଟର କରିଛନ୍ତି । ସେ କହିଛନ୍ତି ସୁଭଦ୍ରା ଯୋଜନା ବିକଶିତ ଓଡ଼ିଶାର ମୂଳପିଣ୍ଡ ହେବ। ୭୪ ହଜାର ଅଙ୍ଗନବାଡ଼ି କେନ୍ଦ୍ରରେ ଫର୍ମ ମିଳିବ। ମହିଳାଙ୍କ ପାଖରେ ସରଳ ଭାବରେ ଫର୍ମ ପହଞ୍ଚିବ। ଯୋଜନାର ଦୂରୁପଯୋଗ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ୧ କୋଟି ୮ଲକ୍ଷ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନାର ଲାଭ। ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରୁ ଆରମ୍ଭ ହେବ। ୫୦ ହଜାର ଦେବୁ କହିଥିଲୁ, ୫୦ ହଜାର ଦେଉଛୁ।

ରାଜ୍ୟରେ ୨୧ରୁ ୬୦ ବୟସ୍କ ମହିଳାଙ୍କ ସଂଖ୍ୟା ୨ କୋଟି ୨୫ ଲକ୍ଷ ଅଛି। ସ୍ବଚ୍ଛଳ ବର୍ଗଙ୍କୁ ଛାଡ଼ିଦେଲେ ୨୧ରୁ ୬୦ ବର୍ଷର ମହିଳାଙ୍କ ସଂଖ୍ୟା ପାଖାପାଖି ୧ କୋଟି। ୧ କୋଟି ୮ ଲକ୍ଷ ମହିଳାଙ୍କୁ ‘ସୁଭଦ୍ରା’ ଯୋଜନାରେ ସାମିଲ କରାଯିବ।ଯଦି ଆଉ କିଛି ମହିଳା ପାଇବେନି ବୋଲି ବିଜେଡି ଅନୁଭବ କରେ, ମୋତେ ଚିଠା ପଠେଇବେ, ମୁଁ ସମସ୍ତଙ୍କୁ ଦେବି ବୋଲି ଶ୍ରୀମତୀ ପରିଡ଼ା କହିଛନ୍ତି।

Leave a Reply

Your email address will not be published. Required fields are marked *