ରାଜ୍ୟରେ ପିଲାଙ୍କୁ ପୃଷ୍ଟିକର ଖାଦ୍ୟ ଯୋଗାଇବା ପାଇଁ ପରିପୂରକ ପୃଷ୍ଟି ଯୋଜନାରେ ଛତୁଆ ସମେତ ଅନ୍ୟାନ୍ୟ ଖାଦ୍ୟ ଯୋଗାଇ ଦିଆଯାଉଛି । ହେଲେ ଅନେକ କ୍ଷେତ୍ରରେ ଦେଖାଦେଇଛି ଯେ ଶିଶୁ ଓ ଝିଅମାନଙ୍କୁ ପୃଷ୍ଟି ପାଇଁ ଯୋଗାଇ ଦିଆଯାଉଥିବା ଛତୁଆ ଅତି ନିମ୍ନମାନର ରହୁଛି । ବାରମ୍ବାର ଏ ସଂପର୍କରେ ଅଭିଯୋଗ ସାମ୍ନାକୁ ଆସୁଥିବାର ଦେଖାଦେଇଛି । ଏହି ଭିତରେ ପିଲାଙ୍କୁ ଦିଆଯାଉଥିବା ଖରାପ ମାନର ଛତୁଆକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ନିମ୍ନ ମାନର ଛତୁକୁ ନେଇ ଉପମମୁଖ୍ୟମନ୍ତ୍ରୀ କହିଛନ୍ତି ଆଗକୁ ଛତୁଆ ବଦଳରେ ମାଣ୍ଡିଆ ଦେବା ପାଇଁ ଚିନ୍ତା କରୁଛି ବିଭାଗ । ସବୁଆଡେ ଛତୁଆ ନୁହଁ, ଆଞ୍ଚଳିକ ଆବଶ୍ୟକତା ଅନୁଯାୟୀ, ପିଲାଙ୍କୁ ଖାଦ୍ୟ ଦିଆଯିବ । ଖାସ କରି ଖରାପ ଛତୁଆ ବିଭାଗ ପାଇଁ ସାଜିଛି ମୁଣ୍ଡବ୍ୟଥାର କାରଣ ହୋଇଛି । ଖରାପ ଛତୁଆକୁ ନେଇ ବିଭାଗ ନିନ୍ଦା ସହୁଛି । ପୃଷ୍ଟିକର ଛତୁଆ କେମିତି ତିଆରି ହେବ । ସେନେଇ ବିଭାଗ ଆଲୋଚନା କରୁଛି । ଖୁବଶୀଘ୍ର ଏଦିଗରେ କିପରି ପଦକ୍ଷେପ ନିଆଯିବ । ସେନେଇ ମଧ୍ୟ ଆଲୋଚନା ଚାଲିଛି । ଅପପୃଷ୍ଟି ମୁକ୍ତ ଓଡିଶା ଗଠନ କରିବାକୁ ବିଭାଗ ପ୍ରତିଶୃତିବଦ୍ଧ ବୋଲି ପ୍ରଭାତୀ କହିଛନ୍ତି।

Leave a Reply

Your email address will not be published. Required fields are marked *