ଢେଙ୍କାନାଳ ଜିଲ୍ଲା ଭାପୁର ଫାଣ୍ଡି ଅଞ୍ଚଳରେ ଅସହାୟ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଗଣମାଧ୍ୟମରେ ଏହି ଘଟଣା ବିଷୟରେ ଖବର ପ୍ରକାଶ ପାଇବା ପରେ ମୁଁ ଜାଣି ଅତ୍ୟନ୍ତ ମର୍ମାହତ। ମୁଁ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ସହ ଏ ବିଷୟରେ କଥା ହୋଇଛି। ତୁରନ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିର୍ଦ୍ଦେଶ ଦେଇଥିବା କହିଛନ୍ତି।