ସେପ୍ଟେମ୍ୱର ୧୭ ତାରିଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରାଜ୍ୟବାସୀଙ୍କ ପାଇଁ କାର୍ଯ୍ୟକାରୀ ହେବ ସୁଭଦ୍ରା  ଯୋଜନା। ସୁଭଦ୍ରା ଯୋଜନା ପାଇଁ ଏସ୍‌ଓପି ପ୍ରସ୍ତୁତ ସରିଛି ଖାଲି ସାଧାରଣ ଲୋକଙ୍କ ମତାମତ ପରେ ସୁଭଦ୍ରା ଏସ୍‌ଓପି ସାର୍ବଜନୀନ ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ସାରା ରାଜ୍ୟରେ ୧୦ଟି କ୍ଲଷ୍ଟରରେ ଲୋକମାନଙ୍କଠାରୁ ମତାମତ ନିଆଯାଉଛି । ଲୋକମାନେ ଯାହା ମତାମତ ଦେବେ, ସେହି ହିସାବରେ ସଂଶୋଧନ କରାଯିବ । ଏହାଛଡା ୧୪ ତାରିଖ ସୁଦ୍ଧା ଜିଲ୍ଲାପାଳମାନଙ୍କଠାରୁ ଫିଡ୍‌ବ୍ୟାକ୍‌ ରିପୋର୍ଟ ଆସିବ।

ସେ ଆଉ ମଧ୍ୟ କହିଛନ୍ତି ସୁଭଦ୍ରା ଯୋଜନା ନେଇ ଏସ୍‌ଓପି ନଆସିବା ପର୍ଯ୍ୟନ୍ତ ମହିଳାମାନଙ୍କୁ ଭ୍ରମିତ କରନ୍ତୁ ନାହିଁ । ଏହି ଯୋଜନାର ଆବେଦନ ପ୍ରକ୍ରିୟା ଅତି ସରଳ କରାଯିବ ସେଥିପାଇଁ କେହି ଭ୍ରମିତ ହୁଅନ୍ତୁ ନାହିଁ ।

Leave a Reply

Your email address will not be published. Required fields are marked *