ଆଜି ଅନୁଷ୍ଠିତ ହେବ ଉପବାଚସ୍ପତି ନିର୍ବାଚନ। ଏଥିପାଇଁ ଏକମାତ୍ର ପ୍ରାର୍ଥୀ ଭାବେ ବିଜେପିର ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ ନାମାଙ୍କନ ଦାଖଲ କରିଛନ୍ତି। ବିଧାନସଭା ସଚିବଙ୍କ ପାଖରେ ଶ୍ରୀ ଭୋଇ ମଙ୍ଗଳବାର ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ଆଜି ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଭବାନୀ ଭୋଇ ତଳସରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଦୁଇ ଦୁଇ ଥର ବିଜେପି ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ୨୦୧୯ରେ ଶ୍ରୀ ଭୋଇ ବିଜେଡି ବିଧାୟକ ପ୍ରାର୍ଥୀ ଷ୍ଟିଫେନ ୱିଲସନ ସୋରେଙ୍ଗଙ୍କୁ ପରାସ୍ତ କରିଥିବା ବେଳେ ୨୦୨୪ରେ ବିଜେଡି ପ୍ରାର୍ଥୀ ବିନୟ କୁମାର ଟାପୁଙ୍କୁ ପରାସ୍ତ କରିଥିଲେ। ଦୁଇଥର ବିଧାୟକ ହୋଇଥିବାରୁ ବିଧାନସଭା ପରିଚାଳନାରେ ତାଙ୍କର ଅଭିଜ୍ଞତା ରହିଛି। ଯେଉଁଥିପାଇଁ ଦଳ ତାଙ୍କୁ ପ୍ରାର୍ଥୀ କରିଛି।

Leave a Reply

Your email address will not be published. Required fields are marked *