ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନା କାର୍ଯ୍ୟକାରିତା ଉପରେ ଓଡ଼ିଶା ହାଇକୋର୍ଟଙ୍କ ଅନ୍ତରୀଣ ଅଙ୍କୁଶ ଲାଗିଛି । ଗତ ଫେବୃଆରୀ ୫ ତାରିଖରେ ଏହି ଯୋଜନାର ଶୁଭାରମ୍ଭ କରାଯାଇଥିଲା । ତେବେ ଯୋଜନାରେ ଗ୍ରାମସଭାର କ୍ଷମତା ସଙ୍କୁଚିତ କରାଯାଇଥିବା ଅଭିଯୋଗ କରି ଦାୟର ମାମଲାକୁ ହାଇକୋର୍ଟ ବିଚାର ପାଇଁ ଗ୍ରହଣ କରିଛନ୍ତି । ଅଗଷ୍ଟ ୧୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପୂର୍ବରୁ ମାମଲାରେ ଜବାବ ଦାଖଲ ପାଇଁ ଇଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । କହିରଖୁଛୁ ଯେ, ୨୦୨୪-୨୫ରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପାଇଁ ସରକାର ବଜେଟ୍ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି । ୫ ବର୍ଷରେ ୫ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରଖାଯାଇଛି । Post navigation ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ; ପୂର୍ବତନ ଯୋଗାଣ ନିରୀକ୍ଷକ ଚାକିରୀରୁ ବହିସ୍କୃତ ରାଜଧାନୀରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ