ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଜ୍ୟ ବିଜେପିର ପୂର୍ବତନ ସଭାପତି ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ ପାଇଁ ବିଜେପି ମୁଖ୍ୟ କାର୍ଯ୍ୟାଳୟକୁ ନିଆଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପୂର୍ବତନ ବିଜେପି ସଭାପତି ସମୀର ମହାନ୍ତି, ମନ୍ତ୍ରୀ, ବିଧାୟକ, ଭାରତୀୟ ଜନତା ପାର୍ଟିର ମାନ୍ୟଗନ୍ୟ ବ୍ୟକ୍ତିବିଶେଷ ତଥା କାର୍ଯ୍ୟକର୍ତ୍ତା, ପ୍ରଧାନଙ୍କ ପାର୍ଥିବ ଶରୀରକୁ ରାଜ୍ୟ ବିଜେପି କାର୍ଯ୍ୟାଳୟଠାରେ ଶେଷ ଦର୍ଶନ କରି ପୁଷ୍ପମାଲ୍ୟ ଓ ଦଳୀୟ ପତାକା ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । Post navigation ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ଗାର୍ଡ ଅଫ ଅନର ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କଲେ ନବୀନ ପଟ୍ଟନାୟକ