ପୁରୀ ରଥଯାତ୍ରା ବେଳେ ଅଘଟଣ ପାଇଁ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆହତମାନଙ୍କୁ ମାଗଣାରେ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୃତକଙ୍କ ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

ପୂର୍ବରୁ ତାଳଧ୍ବଜ ରଥଟଣା ବେଳେ ଅଣନିଶ୍ବାସୀ ହୋଇ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା ।

Leave a Reply

Your email address will not be published. Required fields are marked *