devotees-to-enter-puri-srimandir-through-singhadwara-during-panchuka
ପଞ୍ଚୁକ ଉପଲକ୍ଷେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଲକ୍ଷାଧିକ ଶ୍ରଦ୍ଧାଳୁ ଶ୍ରୀମନ୍ଦିରକୁ ଆସିବେ ।ଭକ୍ତଙ୍କ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ନିମନ୍ତେ ସ୍ଵତନ୍ତ୍ର ଦର୍ଶନ ବ୍ୟବସ୍ଥା କରିଛନ୍ତି ଜିଲ୍ଲା ପ୍ରଶାସନ ।
 
କେବଳ ସିଂହଦ୍ୱାର ଦେଇ ଭକ୍ତମାନେ ପ୍ରବେଶ କରିପାରିବେ । ଭକ୍ତମାନେ ସିଂହଦ୍ୱାରରେ ପ୍ରବେଶ କରିବାକୁ ଥିବାବେଳେ ୩ ଦ୍ୱାର ଦେଇ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି । ଏନେଇ ପୁରୀ ଜିଲ୍ଲାପାଳ ସମୀକ୍ଷା ବୈଠକରେ ନିଷ୍ପତ୍ତି ନେଇଛନ୍ତି ।
 
ଏଥିସହିତ ଅଁଳା ନବମୀରେ ଭୋର୍‌ ୫ଟାରୁ ରାଧାପାଦ ଦର୍ଶନ କରିବା ପାଇଁ ନିଷ୍ପତ୍ତି ହୋଇଛି । ତେବେ ରାଧାପାଦ ଦର୍ଶନ ବିଳମ୍ବିତ ରାତ୍ରି ଯାଏଁ ଚାଲିବ । ଦର୍ଶନ ପାଇଁ ୧୧ ଲେନ୍‌ ବିଶିଷ୍ଟ ବ୍ୟାରିକେଡ୍‌ ବ୍ୟବସ୍ଥା ମଧ୍ୟ କରାଯାଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି ।
 
ହବିଷ୍ୟାଳୀମାନଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା ମଧ୍ୟ କରାଯାଇଛି । ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ଏବଂ ଟ୍ରାଫିକ ପରିଚାଳନା ପାଇଁ ସ୍ୱତନ୍ତ୍ର ପଦକ୍ଷେପ ନେଇଛି ପୁରୀ ପୋଲିସ ଓ ଜିଲ୍ଲା ପ୍ରଶାସନ ।
 

By Nirvay

Leave a Reply

Your email address will not be published. Required fields are marked *