୧୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ଯୋଗେଶ ବାହାଦୂର ଖୁରାନିଆ ଓଡ଼ିଶାର ନୂଆ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ନିଯୁକ୍ତି ପାଇଛନ୍ତି। ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ।

ସେ ଗତ ୨୦୨୧ ମସିହାରୁ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ। ଭୁବନେଶ୍ୱର-କଟକ କମିସନରେଟ ପୋଲିସର କମିସନର ଓ ନୟାଗଡ଼, ରାଉରକେଲା, ଯାଜପୁର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାରେ ଏସପି ଭାବେ କାର୍ଯ୍ୟ କରିଛନ୍ତି। ଏଥି ସହିତ ଉତ୍ତରାଞ୍ଚଳ ଓ ଦକ୍ଷିଣାଞ୍ଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୋଲିସ ପ୍ରଶିକ୍ଷଣ ଏକାଡେମୀର ନିର୍ଦ୍ଦେଶକ ଦାୟିତ୍ୱ ମଧ୍ୟ ତୁଲାଇଛନ୍ତି।

Leave a Reply

Your email address will not be published. Required fields are marked *