ଭୁବନେଶ୍ୱର; ପୂର୍ବତନ ରାଜ୍ୟସଭା ସାଂସଦ ଏବଂ କେସିଙ୍ଗା ଓ ନର୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ୫ଥରର ବିଧାୟକ ଧନେଶ୍ୱର ମାଝୀ ଆଜି ବିଜୁ ଜନତା ଦଳ ପରିତ୍ୟାଗ କରି ବିଜେପିରେ ସାମିଲ ହୋଇଛନ୍ତି । ଧନେଶ୍ୱର ମାଝୀ ୨୦୦୯ ମସିହାରେ ବିଜେପି ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ । ଦୀର୍ଘ ୧୫ ବର୍ଷ ପରେ ସେ ପୁଣି ବିଜେପିକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି । ଓଡିଶାର ସାମଗ୍ରିକ ବିକାଶ ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ସଂକଳ୍ପବଦ୍ଧ । ମୋଦିଙ୍କ ନେତୃତ୍ୱ ଏବଂ ଭାରତୀୟ ଜନତା ପାର୍ଟି ପ୍ରତି ଦେଶବାସୀ ତଥା ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇ ଚାଲିଛି । ମୋଦି ସରକାର ଏବଂ ମୋଦି ଗ୍ୟାରେଂଟି ଉପରେ ଓଡିଶାବାସୀଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି । ଅନ୍ୟ ପଟେ ରାଜ୍ୟର ବିକାଶରେ ବଡ ବାଧକ ସାଜିଛି ବିଜେଡି । ବିଜେଡିରେ ଗଣତନ୍ତ୍ର ସଂପୂର୍ଣ୍ଣ ଧ୍ୱଂସ ପାଇଛି ବୋଲି ମାଝୀ କହିଛନ୍ତି । ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ୍ କୁମାର ଦାସ, ଆଜାଦ୍ ହିନ୍ଦ୍ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ । Post navigation ମିଥ୍ୟା ପ୍ରଗତିର ଅଭିନବ ପ୍ରଚାରକ ନବୀନ ସରକାର: ସଜ୍ଜନ ଶର୍ମା ନିର୍ବାଚନୀ ପୋଷ୍ଟରରେ ନାହାନ୍ତି ପାଣ୍ଡିଆନ