ଭିଜିଲାନ୍ସ ଜାଲରେ ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ । କଳାହାଣ୍ଡି ଜିଲ୍ଲାର ଧର୍ମଗଡ ଉପଜିଲ୍ଲାପାଳ ଧୀମାନ ଚକମା ଜଣେ ସ୍ଥାନୀୟ କ୍ରସର ମାଲିକଙ୍କଠାରୁ ୧୦ ଲକ୍ଷ ଟଙ୍କାର ଲାଞ୍ଚ ନେବା ବେଳେ ଓଡିଶା ଭିଜିଲାନ୍ସ ଧରିଥିବା ସୂଚନା ମିଳିଛି । ଏହା ପରେ, ତାଙ୍କ ସରକାରୀ ବାସଭବନରେ ରେଡ ସମୟରେ ଅତିରିକ୍ତ ୪୭ ଲକ୍ଷ ଟଙ୍କା ନଗଦ ମିଳିଛି । ଚଢ଼ାଉରେ ଓଡ଼ିଶା ଭିଜିଲାନ୍ସର ବରିଷ୍ଠ ଅଧିକାରୀ ସାମିଲ ହୋଇଛନ୍ତି । ସୂଚନାଥାଉକି, ୨୦୨୧ ବ୍ୟାଚର ଆଇଏଏସ୍ ଅଫିସର ଧୀମାନ ଜୟପାଟଣା ଅଞ୍ଚଳର ଜଣେ ବ୍ୟବସାୟୀଙ୍କ ଠାରୁ ମୋଟ ୨୦ ଲକ୍ଷ ଟଙ୍କାର ଲାଞ୍ଚ ଦାବି କରିଥିଲେ ଏବଂ ପ୍ରଥମ କିସ୍ତିରେ ୧୦ ଲକ୍ଷ ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ । ବର୍ତ୍ତମାନ ଚଢ଼ାଉ ଜାରି ରଖିଥିବା ଜଣାପଡ଼ିଛି । Post navigation ଆସନ୍ତା ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି ନାରୀ ଶକ୍ତି ମେଳା କେନ୍ଦ୍ରାପଡ଼ା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ