ଓଡ଼ିଶା ବିଶ୍ବବିଦ୍ୟାଳୟ ଆଇନ-୨୦୨୦ରେ ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଇନରେ ଥିବା ଅସଙ୍ଗତି ଦୂର ସହ ଆବଶ୍ୟକ ସଂଶୋଧନ କରିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି। ଶିକ୍ଷାନୁଷ୍ଠାନଗୁଡ଼ିକର ସ୍ବାୟତ୍ତତାକୁ ସୁରକ୍ଷିତ ରଖିବାକୁ ଅନୁରୋଧ କରିଛନ୍ତି। ଶିକ୍ଷାର ମାନଦଣ୍ଡ ବଜାୟ ରଖିବାକୁ ସଂଶୋଧନ ଗୁରୁତ୍ବପୂର୍ଣ୍ଣ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ। ପୂର୍ବ ସରକାର ରାଜନୈତିକ ଉଦ୍ଦେଶ୍ୟ ରଖି ଆଇନ ଆଣିଥିଲେ ଯାହା ମୂଳ ଆଇନ ୧୯୮୯ରେ ଅନେକ ପରିବର୍ତ୍ତନ ଆଣିଥିଲା। ସଂଶୋଧିତ ଆଇନ ୟୁଜିର ନ୍ୟାୟିକ ନିର୍ଦ୍ଦେଶ ବିରୋଧୀ ବୋଲି କହିଛନ୍ତି।

Leave a Reply

Your email address will not be published. Required fields are marked *