ପ୍ରାର୍ଥୀ ଘୋଷଣା ପରେ ଆଜି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ସକାଳ ଧର୍ମପତ୍ନୀ ମୁର୍ଦଳା ଠାକୁରଙ୍କ ସହ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସହ ଶ୍ରୀମନ୍ଦିର ଆସି ପୁରୀ ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ର ମଧ୍ୟ ଶ୍ରୀଜିଉଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି । ସିଂହଦ୍ୱାର ନିକଟରେ ଦୁଇ ନେତା ପହଞ୍ଚିବା ପରେ ସେବାୟତ ଓ ବିଜେପି କର୍ମୀ ତାଙ୍କୁ ସ୍ୱାଗତ କରିଥିଲେ ।

ପୁଣି ଥରେ ପୁରୀ ଲୋକସଭା ପାଇଁ ପ୍ରାର୍ଥୀ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ସମ୍ବିତ ପାତ୍ର । ମହାପ୍ରଭୁଙ୍କୁ ଦର୍ଶନ ବେଳେ କେନ୍ଦ୍ରମନ୍ତ୍ରୀଙ୍କ ସହ ଜିଲ୍ଲା ସଭାପତି ଆଶ୍ରୀତ ପଟ୍ଟନାୟକ, ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ବିଜେପି ନେତା ସୁରଥ ବିଶ୍ୱାଳ, ବିଜେପି ନେତ୍ରୀ ଉପାସନା ମହାପାତ୍ର ମନ୍ଦିରକୁ ଯାଇ ଦର୍ଶନ କରିଛନ୍ତି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *