ସମ୍ବଲପୁର: ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ରେ ଯୋଗ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ବାମରା ବ୍ଲକ ମହୁଲପାଲିରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ସେଠାରେ ଯୋଗଦାନ ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି,”ପ୍ରଧାନମନ୍ତ୍ରୀ ମୋଦିଙ୍କ ଗ୍ୟାରେଣ୍ଟିରେ ଦେଶ ଆଗକୁ ବଢୁଥିବାବେଳେ ଗରିବ, ମହିଳା, ଚାଷୀ ଓ ଯୁବକମାନେ ସଶକ୍ତ ଓ ଆତ୍ମନିର୍ଭର ହେଉଛନ୍ତି । ସମସ୍ତଙ୍କୁ ପକ୍କା ଘର, ପାଇପ ଯୋଗେ ପାନୀୟ ଜଳ, ରନ୍ଧନ ଗ୍ୟାସ, ମାଗଣା ଚାଉଳ ଓ ଅନ୍ୟାନ୍ୟ ମୌଳିକ ସୁବିଧା ସହ ମହିଳାମାନଙ୍କୁ ଲକ୍ଷପତି କରାଇବାର ସ୍ୱପ୍ନ ପୂରଣ କରାଯାଉଛି ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ପ୍ରଧାନମନ୍ତ୍ରୀ ମୋଦି ଆସନ୍ତା ୨୦୨୯ ମସିହା ପର୍ଯ୍ୟନ୍ତ ଓଡ଼ିଶାର ୩ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ମାଗଣା ଚାଉଳ ଦେବା ପାଇଁ ନିଷ୍ପତି ନେବା ପରେ ବି ରାଜ୍ୟ ସରକାର ନିଜସ୍ୱ ଯୋଜନା ନାଁରେ ମିଛ ପ୍ରଚାର କରୁଛନ୍ତି । ଗଣତନ୍ତ୍ରରେ ଏଭଳି ଚଞ୍ଚକତା ନିନ୍ଦନୀୟ । ଓଡ଼ିଶା ସରକାର ପ୍ରଚାର ସର୍ବସ୍ୱ ସରକାର । ସମ୍ବଲପୁରର କୁଚିଣ୍ଡା, ବାମରା, ମହୁଲପାଲି, କେଶାଇ ବାହାଲ, କୁନ୍ତରା, ଜମନକିରା, ଗଡପୋଷ, ଫାଶିମାଲ, କୁଲୁଣ୍ଡି ଓ ନିକ୍ତିମାଲ ଭଳି ଗ୍ରାମାଞ୍ଚଳରେ ପ୍ରାଥମିକ ଓ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ପଦବୀ ଅନୁସାରେ ଡାକ୍ତର ନାହାନ୍ତି । ଦେଶରେ ଆୟୁଷ୍ମାନ ଯୋଜନା ମାଧ୍ୟମରେ ମାଗଣାରେ ସ୍ବାସ୍ଥ୍ୟସେବା ମିଳୁଥିବା ବେଳେ ରାଜ୍ୟ ସରକାର ଆୟୁଷ୍ମାନ ଯୋଜନା ଲାଗୁ କରୁନାହାନ୍ତି । ଲୋକଙ୍କ ଟିକସ ପଇସାରେ ରାଜ୍ୟ ରାଜକୋଷକୁ ଆସୁଥିବା ଅର୍ଥର ଖର୍ଚ୍ଚ କରି କେବଳ ମିଛ ବିଜ୍ଞାପନ ଓ ବଡ ବଡ ହୋର୍ଡିଂରେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟସେବା ସୀମିତ ରହିଛି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *