ଆଜି ସମ୍ୱଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ ତଥା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ପ୍ରଥମେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ୱରୀଙ୍କୁ ଦର୍ଶନ ସହ ପୂଜାର୍ଚ୍ଚନା କରି ସେଠାରୁ ଏକ ବିରାଟ ଶୋଭାଯାତ୍ରାରେ ଜିଲ୍ଲାପାଳଙ୍କ ଅଫିସ ପହଞ୍ଚିବେ।

ସେଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନାମାଙ୍କନ ଭରିବେ। ଏହି ସମୟରେ ତାଙ୍କ ସାଙ୍ଗରେ ସମ୍ବଲପୁର ବିଧାୟକ ପ୍ରାର୍ଥୀ ଜୟନାରାୟଣ ମିଶ୍ର ଓ ରେଙ୍ଗାଲି ବିଧାୟକ ପ୍ରାର୍ଥୀ ନାଉରୀ ନାୟକ ମଧ୍ୟ ନାମାଙ୍କନ ଭରିବେ। ହଜାର ହଜାର କର୍ମୀ ଓ ସମର୍ଥକଙ୍କ ସହ ବିଶାଳ ଶୋଭାଯାତ୍ରାରେ ସହର ପରିକ୍ରମା ପରେ ଜିଲ୍ଲାପାଳ ଅଫିସ ପହଞ୍ଚିବେ ବୋଲି ଜଣା ପଡ଼ିଛି।

By Nirvay

Leave a Reply

Your email address will not be published. Required fields are marked *