ଭୁ‌ବନେଶ୍ବର: ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଚଳିତ ସାଧାରଣ ନିର୍ବାଚନରେ ରାଉରକେଲା ବିଧାନସଭା ଆସନରୁ ବିଜେପି ପ୍ରାର୍ଥୀ ହେଇପାରନ୍ତି। ଦଳୀୟ ଘୋଷଣା ପୂର୍ବରୁ ନିର୍ବାଚନ ପ୍ରଚାର ବେଳେ ସାଂସଦ ଜୁଏଲ ଓରାମ ଏନେଇ ଇସାରା ଦେଇଛନ୍ତି। ସେ କହିଛନ୍ତି, ରାଉରକେଲା ବିଧାନସଭା ଆସନ ପାଇଁ କୌଣସି ମୁହୁର୍ତ୍ତରେ ପ୍ରାର୍ଥୀ ଘୋଷଣା ହୋଇପାରେ। ଏବେ ଦିଲ୍ଲୀପଙ୍କ ମାମଲାର ସମାଧାନ ହୋଇସାରିଛି। ତେଣୁ ତାଙ୍କୁ ଟିକେଟ୍‌ ମିଳିପାରେ।

ତଳସରା ନିର୍ବାଚନ ମଣ୍ଡଳିର ସବଡେଗାରେ ନିର୍ବାଚନୀ ପ୍ରଚାର ବେଳେ ସାଂସଦ ଓରାମ କହିଛନ୍ତି, ଦିଲ୍ଲୀପ ନିର୍ବାଚନ ଲଢିବା ନେଇ ଦିଲ୍ଲୀ ହାଇକୋର୍ଟ ସବୁଜ ସଙ୍କେତ ଦେଇ ସାରିଛନ୍ତି। ତେଣୁ ସେ ବିଦ୍ଧିବଧ ଭାବେ ବିଜେପିରେ ସାମିଲ ହେବା ପରେ ଦଳ ତାଙ୍କୁ ପ୍ରାର୍ଥୀ କରିବ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *