ବାର୍ଡ ଫ୍ଲୁ ଆକ୍ରାନ୍ତ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ଜଣେ ବାର୍ଡ ଫ୍ଲୁ ସନ୍ଦିଗ୍ଧ ଚିହ୍ନଟ ହୋଇଛନ୍ତି, ଆକ୍ରାନ୍ତ ବୋଲି କହି ହେବନି। ଜଣଙ୍କ ନମୁନା ଆରଏମଆରସିକୁ ପରୀକ୍ଷା ପାଇଁ ପଠାଯାଇଛି। ପୁଣେ ଭାଇରୋଲୋଜି ସେଣ୍ଟରକୁ ମଧ୍ୟ ନମୁନା ପଠାଯାଇଛି। ଏପର୍ଯ୍ୟନ୍ତ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇନି, ରିପୋର୍ଟ ଆସିଲେ ଜଣାପଡିବ।  ଏନେଇ ଆତଙ୍କିତ ନହେବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି। ଆରଏମଆରସି ରିପୋର୍ଟ ଆସିବା ପରେ ସ୍ବାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ତଥ୍ୟ ଦେବ ବୋଲି କହିଛନ୍ତି।

Leave a Reply

Your email address will not be published. Required fields are marked *